ଭୁବନେଶ୍ବର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଳେଶ୍ଵର ଅଞ୍ଚଳର ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ। ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। 

Advertisment


ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କୁ ଦୃଢ଼ ଦାବି ଜଣାଉଛି।

ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ  ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।