ବ୍ରହ୍ମପୁର: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ‘ସମ୍ବାଦ’ର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁ(୪୩)ଙ୍କ ବିୟୋଗ ଘଟିଛିI ସେ ବ୍ରହ୍ମପୁର ଉପକଣ୍ଠ କନିଷି ସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛିI ସେ ୨୦୧୮ ମସିହାରୁ ‘ସମ୍ବାଦ’ ଗଞ୍ଜାମ ଜିଲ୍ଲା ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ I
ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
— CMO Odisha (@CMO_Odisha) May 7, 2021
ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/Sambad-Ganjam-District-Correspondence-Dies-on-Covid_Thumbnail.jpg)