ଭୁବନେଶ୍ୱର : ଆଜି ରାଜ୍ୟରେ ଯେଉଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ତାଙ୍କ ସଂପର୍କରେ ତଥ୍ୟ ଦେଲେ ରାଜ୍ୟ ସରକାର।  ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ତାଙ୍କର ବୟସ ୧୮ ବର୍ଷ। ସେ ଜଣେ ସୁରତ ଫେରନ୍ତା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Advertisment

ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ସେ କାହା ସଂସ୍ପର୍ଶରେ ଆସିଥିଲେ, ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଏଯାଏଁ ତିନିଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଜିଲ୍ଲାର କେଉଁ ସ୍ଥାନରୁ ଏହି ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।