ମାଲକାନଗିରି: ରାଜ୍ୟ ବାହାରକୁ ଚୋରାଚାଲାଣ ବେଳେ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ 

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି ଗଞ୍ଜେଇ ଚୋରା ଚାଲାଣ । ପୁଣି ଏଠାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ ହେବା ସହ ଏହି ମାମଲାରେ ୩ଜଣଙ୍କୁ ଗିରଫ କରାଯାଇଛି। ଏନେଇ ଅବକାରୀ ବିଭାଗ ଅଧିକ ତଦନ୍ତ ଆରମ୍ଭ କରିଛି ।

ମିଳିଥିବା ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲାର ସର୍ଗିଗୁଡା ଗାଁ ନିକଟରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଏହାପରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା । ଏଥିରେ ୭ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ କରାଯିବା ସହ ୩ ନିଶା ବେପାରୀଙ୍କୁ ଗିରଫ କରିଥିଲା ବିଭାଗ । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି । ବାହାର ରାଜ୍ୟକୁ ଏହି ଗଞ୍ଜେଇ ଚାଲାଣ କରାଯାଉଥିଲା ବୋଲି ଜଣାଯାଇଛି। ଏହି ଘଟଣା ଏବେ ମାଲକାନଗିରି ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି।

 

ସମ୍ବନ୍ଧିତ ଖବର