ଚୋରାଚାଲାଣ ସମୟରେ ଲମତାପୁଟରୁ ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଅଟକ

ଲମତାପୁଟ: ପୁଣି କୋରାପୁଟ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବାର ଖବର ମିଳିଛି। ଚୋରାଚାଲାଣ ସମୟରେ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରାଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ଦ୍ବାରା ପେଟା ଗ୍ରାମ ନିକଟରେ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି।


ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ପେଟା ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନକୁ ଅଟକାଇଥିଲେ। ସେଥିରୁ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା। ପୁଲିସ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

 

ସମ୍ବନ୍ଧିତ ଖବର