Ghoo.Udayagiri @ 4.4: ଘୁ.ଉଦୟଗିରି @ ୪.୪ଂ

Advertisment

ଆସନ୍ତା‌ ୭ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ସୁବର୍ଣ୍ଣପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ....

ଆସନ୍ତା‌ ୭ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ସୁବର୍ଣ୍ଣପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ....

winter

ଭୁବନେଶ୍ବର: ଆସନ୍ତା‌ ୭ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ସୁବର୍ଣ୍ଣପୁର, ଅନୁଗୁଳବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ଘନ କୁହୁଡ଼ି ହେବ। ଏଥିସହ ଅନୁଗୁଳ, ‌ଝାରସୁଗୁଡ଼ା, ଖୋର୍ଦ୍ଧା ଓ ଜଗତ୍‌ସିଂହପୁର ଜିଲ୍ଲାର କେତେକ ସ୍ଥାନରେ ଶୀତ ଲହରି ଜାରି ରହିବାର ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Bhadrak Politics: ଭାଙ୍ଗିଯାଉଛି ‘ବିଜେଡି’ର ଗଡ଼, ହଜିଗଲଲାଣି ସଂଜୀବଙ୍କ ଆଖିରୁ ନିଦ!

ଗତ ୨୪ ଘଣ୍ଟା ମଧ୍ୟରେ ଘୁ.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୪ ଡିଗ୍ରି ‌ରେକର୍ଡ ହୋଇଛି। ସେମିଳିଗୁଡ଼ାରେ ୬.୧ ଡିଗ୍ରି ରହିଥିବା ବେଳେ ରାଉରକେଲାରେ ୭.୨, ଦାରିଙ୍ଗବାଡ଼ିରେ ୭.୫, ଝାରସୁଗୁଡ଼ାରେ ୭.୬, ଫୁଲବାଣୀରେ ୮, ଚିପିଲିମାରେ ୮.୭, ଅନୁଗୁଳରେ ୯, କେନ୍ଦୁଝରରେ ୯.୬, ସୁନ୍ଦରଗଡ଼ରେ ୧୦ ଡିଗ୍ରି ରହିଥିଲା। କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼ ଜିଲ୍ଲାରେ ଘନକୁହୁଡ଼ି ଏବଂ କଳାହାଣ୍ଡି ଜିଲ୍ଲାରେ ମଧ୍ୟମଧରଣର କୁହୁଡ଼ି ପଡ଼ିଥିଲା। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହୋଇ ନାହିଁ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୫ରୁ ୬ ଡିଗ୍ରି, ଦକ୍ଷିଣ ଉପକୂଳ ଓଡ଼ିଶାରେ ୪ ଡିଗ୍ରି କମ୍‌ ଥିଲା। ଉତ୍ତର ଉପକୂଳ ଓଡ଼ିଶାର ତାପମାତ୍ରା ସ୍ବାଭାବିକ ଥିଲା। ଦକ୍ଷିଣ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରି କମ୍‌ ଥିଲା।

Education: ଶିକ୍ଷା ସଂସ୍କାରର ଗୁରୁତ୍ୱପୂର୍ଣ୍ଣ ଆଧାର: କେନ୍ଦ୍ରମନ୍ତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe