ଓଡ଼ିଶାରେ ସୁନା ଖଣିର ସନ୍ଧାନ

Advertisment
ଓଡ଼ିଶାରେ ସୁନା ଖଣିର ସନ୍ଧାନ

ଭୁବନେଶ୍ବର: ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଛି। ସେଥିମଧ୍ୟରେ କେନ୍ଦୁଝର ଜିଲ୍ଲାର ଗୋପୁର -ଗାଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି।
ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚାଲିଛି ଚି଼ହ୍ନଟ ପ୍ରକ୍ରିୟା ଜାରି ରହିଛି। ଇସ୍ପାତ ଓ ଖଣି ମନ୍ତ୍ରୀ  ବିଭୁତି ଭୂଷଣ ଜେନା କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କର ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଏଭଳି କହିଛନ୍ତି।

ସେହିପରି ମୟୁରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା,ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷନ ଚାଲିଛି।
ଅପରପକ୍ଷରେ ସୁନ୍ଦରଗଡ଼,ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସୁନା ଖଣି ଥିବା ସୂଚନା ମିଳିଛି। ଓଡ଼ିଶାରେ ସୁନାଖଣି ହେଲେ ଏହା ରାଜ୍ୟର ଅର୍ଥନୀତି ପାଇଁ ବିଶେଷ ଗୁରୁତ୍ବପୂର୍ଣ୍ଣ ହେବ ବୋଲି କୁହାଯାଉଛି।

ରାଜ୍ୟରେ ଦେବଗଡ଼ ଜିଲ୍ଳାରେ ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୁ-ବିଜ୍ଞାନ ସର୍ବେକ୍ଷଣ ସଂସ୍ଥା ଦ୍ବାରା ଜି-୨ସ୍ତରରେ ଅନ୍ବେଷଣ କଲାବ‌େଳେ ସୁନାପଥର ସନ୍ଧାନ ମିଳିଛି। ଭୂତତ୍ତ୍ବିକ ଆକଳନରୁ ଏହି ଅଞ୍ଚଳରେ ସୁନା ଥିବା ଜଣାପଡ଼ିଛି। ବର୍ତ୍ତମାନ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି।

୧୯୮୧-୮୩ ଏବଂ ୧୯୮୯-୯୬ରେ ଚିହ୍ନିତ କରାଯାଇଥିବା କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର ଅଞ୍ଚଳରେ ପ୍ରାଥମିକ ସର୍ବେକ୍ଷଣରୁ ମିଳିଥିବା ସୂଚନା ଆଧାରରେ ସୁନା ଖଣିର ପୁନଃ ଅନୁସନ୍ଧାନ କାର୍ଯ୍ୟକ୍ରମ ଭାରତୀୟ ଭୂ-ବ‌ୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଏବଂ ଖଣି ଭୂତତ୍ତ୍ବ ନିର୍ଦ୍ଦେଶାଳୟର ମିଳିତ ସହେଯୋଗରେ ଜି-୨ସ୍ତରରେ ୨୦୨୧-୨୦୨୨ରୁ ଚାଲୁ ରହିଛି। ଏହି ଖଣିର ମାନ ଓ ପରିମାଣ ନିର୍ଦ୍ଧାରଣ କରାଯାଇ ନ ଥିବାରୁ ଏହାର ଉତ୍ତୋଳନ ନିମନ୍ତେ ସରକାରୀସ୍ତରରେ ବର୍ତ୍ତମାନ କୌଣସି ଯୋଜନା ନାହିଁ। ମାଙ୍କଡ଼ଚୁଆଁ, ସଇେଲକଣା, ଡିମିରିମୁଣ୍ଡା ଅଞ୍ଚଳରେ ଓଡ଼ିଶା ଖଣି ନିଗମ ଦ୍ବାରା ଜି-୪ ଏବଂ ଜି-୩ସ୍ତରରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି ‌ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟ ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶାଳୟ ଏବଂ ଭାରତୀୟ ଭୂ-ବିଜ୍ଞାନ ସର୍ବେକ୍ଷଣ ସଂସ୍ଥା ଦ୍ବାରା ସୁନାଖଣି ଅନ୍ବେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜରି ରହିଛି। ଏହା ସହିତ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୋୗଦ୍ଧ ଜିଲ୍ଳାର କେତେକ ସ୍ଥାନରେ ବିକ୍ଷିପ୍ତ ସୁନା ଥିବାର ସୂଚନା ରହିଛି। ଯାହାର ଅନୁସନ୍ଧାନ କରାଯାଇ ନାହିଁ। ସୁନା ଖଣିଗୁଡ଼ିକରୁ ଉତ୍ତୋଳନ କରି ଏକ ପ୍ରୋସେସିଂ ୟୁନିଟି ଖୋଲିବା ପାଇଁ ବର୍ତ୍ତମାନ ସରକାରଙ୍କର କୌଣସି ଯୋଜନା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe