ଶ୍ରକ୍ଷେତ୍ରରେ ଶ୍ରୀଜିଉଙ୍କ ଦିବ୍ୟ ବେଶ, ରାତି ୧୧ଟା ଯାଏଁ ଦର୍ଶନ କରିବେ ଶ୍ରଦ୍ଧାଳୁ

Advertisment
ଶ୍ରକ୍ଷେତ୍ରରେ ଶ୍ରୀଜିଉଙ୍କ ଦିବ୍ୟ ବେଶ, ରାତି ୧୧ଟା ଯାଏଁ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ: ଶ୍ରୀକ୍ଷେତ୍ରରେ ଶ୍ରୀଜିଉମାନେ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି। ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ। ଏହା ପରେ ବେଶ ଓଳାଗି ହେବ। ସୂଚନା‌େଯୋଗ୍ୟ  ବାହୁଡାଯାତ୍ରା ପରଦିନ ଅର୍ଥାତ ଏକାଦଶୀ ତିଥିରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି।

ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

ରଥ ଉପରେ ସୁନାବେଶ ବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହୋଇଥାଏ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ରତ୍ନଭଣ୍ଡାରରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୁଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।

ଭକ୍ତମାନଙ୍କୁ ସୁବିଧାରେ ସୁନାବେଶ ଦର୍ଶନ କରାଇବା ପାଇଁ ୩ ରଥର ୧୪ ନାହାକାରେ ଲୁହା ବ୍ୟାରିକେଡ ଲଗାଯାଇଛି। ସୁନାବେଶ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏହି ବ୍ୟବସ୍ଥା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe