ଝାରସୁଗୁଡା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡା ଏଡିଜେ କୋର୍ଟରେ ହାଜର କରାଯାଇଛି | ଚୌଦ୍ୱାର ଜେଲରୁ ଗୋପାଳକୁ କଡା ସୁରକ୍ଷା ବଳୟରେ ଝାରସୁଗୁଡା କୋର୍ଟକୁ ଅଣାଯାଇଥିଲା | ଏଠାରେ ଏଡିଜେ କୋର୍ଟରେ ଗୋପାଳ ବିରୋଧରେ ଆସିଥିବା ଅଭିଯୋଗ ଆଧାରରେ ଚାର୍ଜଫ୍ରେମ ହେବାର ଥିଲା |
ମାତ୍ର ପ୍ରତିପକ୍ଷ ଡିସ୍ଚାର୍ଜ ପିଟିସନ ଦାଖଲ କରିଥିଲେ | କିଛି ସମୟ ପରେ ଉକ୍ତ ପିଟିସନର ଶୁଣାଣି ଆରମ୍ଭ ହେବ | ସେପଟେ, ଗୋପାଳକୁ ପୁଣି ଥରେ ଚୌଦ୍ୱାରକୁ ନିଆଯାଇଛି | ଗୋପାଳ ଦାସ ନିଜ ପାଇଁ ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ମହେଶ ଜେନାଙ୍କୁ ନିଯୁକ୍ତ କରିଛନ୍ତି | ଗତ ୨୬ ତାରିଖରେ ହାଜିରା ସମୟରେ ଗୋପାଳ ନିଜ ପାଇଁ ଆଇନଜୀବୀ ଠିକ କରିନଥିବାରୁ ଷ୍ଟେଟ ଡିଫେନ୍ସ କାଉନସିଲ ନରେଶ ନାୟକଙ୍କୁ ନିଯୁକ୍ତ କରାଯାଇଥିଲା | ମାମଲାର ପରବର୍ତୀ ଶୁଣାଣି ଆସନ୍ତା ୨୧ ତାରିଖରେ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/08/34fcf1a1-961a-4a8d-878b-6ace358a543f.jpg)