କରୋନା ଆକ୍ରାନ୍ତ ହେଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

Advertisment
କରୋନା ଆକ୍ରାନ୍ତ ହେଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ଭୁବନେଶ୍ବର: କରୋନା ଆକ୍ରାନ୍ତ ହେଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ରାଜ୍ୟପାଳ ଗଣେଶୀ ଲାଲ୍ ଓ ତାଙ୍କର ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳା କରୋନା ଆକ୍ରାନ୍ତ ହୋଇଥିବା ସୂଚନା ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ଦିଆଯାଇଛି। ଏଥିସହ ତାଙ୍କ ପରିବାରର ୪ ସଦସ୍ୟ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ରାଜ୍ୟପାଳଙ୍କର ସ୍ବାବ ନମୁନା ରିପୋର୍ଟ ପଜିଟିଭ ଆସିବା ପରେ ଏବେ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥ୍ୟ‌ାବସ୍ଥା ସ୍ଥିର ରହିଛି ବୋଲି ରାଜଭବନ ସୂତ୍ରରୁ ପ୍ରକାଶ।

ଏ ନେଇ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ‘ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହେବା ବିଷୟରେ ଜାଣି ମୁଁ ଚିନ୍ତିତ | ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି। ତାଙ୍କ ସୁସ୍ବାସ୍ଥ୍ୟ ଲାଗି ପ୍ରାର୍ଥନା କରୁଛି’  ବୋଲି ଟୁଇଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe