୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

୮ ଓଏଏସ୍‌ ଅଧିକାରୀଙ୍କ ବଦଳି

Eduvoice

ଭୁବନେଶ୍ବର: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଆଜି ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି | ୬ ଜଣ ଅଧିକାରୀଙ୍କ ମଧ୍ୟରେ ୩ ଜଣ ଯନ୍ତ୍ରୀ, ଜଣେ ପୁଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ସରୋଜ କୁମାର ଦାସ, ଦୟାନିଧି ସାମଲ, କରୁଣାକର ଘଡାଇଙ୍କ ଥିବାବେଳେ ଅନୁଗୁଳ ଜିଲ୍ଲା ପୁଲିସ ଇନ୍‌ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି।

ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି | ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe