ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚଳିତ ଜାନୁଆରି ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡ଼ିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରି ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରି ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।
‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ର ଲୋକାର୍ପଣ ସମୟ ପାଖେଇ ଆସୁଛି। ମଝିରେ ଆଉ ମାତ୍ର ଦୁଇ ଦିନ ଅର୍ଥାତ ପୌଷ ଶୁକ୍ଳ ସପ୍ତମୀ ତିଥି (ଜାନୁଆରି୧୭ ତାରିଖ)ରେ ଭବ୍ୟ, ଦିବ୍ୟ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଐତିହ୍ୟ ପ୍ରକଳ୍ପର ଲୋକାର୍ପଣ କରିବେ। ଏହି ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ଯଜ୍ଞ ପାଇଁ ପୂଜାନୀତି ଆରମ୍ଭ ହୋଇଯାଇଛି। ଯଜ୍ଞମଣ୍ଡପ ଓ ପରିକ୍ରମା ମାର୍ଗ ବି ପ୍ରସ୍ତୁତ ହୋଇସାରିଛି। ପୁରୀରେ ଲକ୍ଷାଧିକ ଭକ୍ତମାନଙ୍କର ଆଗମନ ହୋଇସାରିଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe