ନବ ଦାସଙ୍କୁ ଗୁଳିମାଡ ଘଟଣାରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର

Advertisment
ବଡ଼ଗଡ଼ କେନାଲ କଲୋନିରେ ଡ୍ରେନେଜ୍‌ ପ୍ରସଙ୍ଗ: ଜବାବ ଦାଖଲ ପାଇଁ ୱାଟ୍‌କୋକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

image source-newindianexpress.com

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣାରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର | ତଦନ୍ତର ତଦାରଖ ପାଇଁ କାର୍ଯ୍ୟରତ/ଅବସରପ୍ରାପ୍ତ କିମ୍ବା ଜିଲ୍ଲା ଜଜଙ୍କୁ ନିଯୁକ୍ତ କରିବା ପାଇଁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି | ରାଜ୍ୟ ସରକାର ଲେଖିଛନ୍ତି ଯେ ପୁଲିସ ଅଫିସର ସାମିଲ ଥିବାରୁ ସ୍ୱଛତା ଅବଲମ୍ବନ କରିବା ଜରୁରୀ | ଉଲ୍ଲେଖ ଥାଉ କି ଗତକାଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ତାଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଜଣେ ପୁଲିସ ଅଧିକାରୀ ରବିବାର ଦିନ ଦି’ପହରେ (୧୨ଟା ୨୦ମିନିଟ୍) ସମସ୍ତଙ୍କ ସାମ୍ନାରେ ଗୁଳି କରି ହତ୍ୟା କରିଥିଲେ ।

ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ କର୍ତ୍ତବ୍ୟରତ ପୁଲିସ ଏଏସ୍‌ଆଇ ଗୋପାଳ ଦାସ ନିଜ ସର୍ଭିସ ରିଭଲବରରେ ମନ୍ତ୍ରୀଙ୍କୁ ଅତି ନିକଟରୁ ଚାରି ରାଉଣ୍ଡ ଗୁଳି ମାରିଥିଲେ। ସେ ମଧ୍ୟରୁ ଗୋଟିଏ ଗୁଳି ସିଧା ଯାଇ ମନ୍ତ୍ରୀଙ୍କ ଛାତିରେ ବାଜିଥିଲା। ମନ୍ତ୍ରୀଙ୍କୁ ପ୍ରଥମେ ଝାରସୁଗୁଡା ଓ ପରେ ବିମାନ ଯୋଗେ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲେ ହେଁ ବିଳମ୍ବିତ ସନ୍ଧ୍ୟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଉ ଏହି ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe