୪୯ ଓ ୫୦ ନମ୍ବର କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ୪୯ ଓ ୫୦ ନମ୍ବର କରୋନା ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି । ରାଜ୍ୟର ୪୯ତମ କରୋନା ଆକ୍ରାନ୍ତ ହେଉଛନ୍ତି ଜଣେ ୩୫ ବର୍ଷୀୟ ମହିଳା ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫୦ତମ କରୋନା ଆକ୍ରାନ୍ତ ହେଉଛନ୍ତି ଜଣେ ୨୩ ବର୍ଷିଅ ଯୁବକ । ଉଭୟ ବ୍ୟକ୍ତି ମଧୁସୂଦନ ନଗରରେ ପୂର୍ବରୁ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ । ଗତକାଲି ରାତିରେ ଏହି ଦୁଇ ଜଣଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଥିଲା।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ୭୨ ବର୍ଷିଅ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଏବେ ୩୭ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ଥିବା ବେଳେ ସେଥିରୁ ୩୫ ଜଣଙ୍କ ଠାରେ କୌଣସି କରୋନା ଲକ୍ଷଣ ନାହିଁ । ରାଜ୍ୟର ୮୦ ପ୍ରତିଶତ କରୋନା ପଜିଟିଭ ଖୁବ ଶୀଘ୍ର ସୁସ୍ଥ ହୋଇଯିବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର