ପୁରୀ ଶ୍ରୀମନ୍ଦିର ଆକ୍ଟ ଢ଼ାଞ୍ଚାରେ ଲିଙ୍ଗରାଜ ମନ୍ଦିର ଲାଗି ମଧ୍ୟ ଏକ ଆଇନ ପ୍ରଣୟନ ହେବ, ଆଇନଜ୍ଞଙ୍କୁ ଗଠନ ହେବ କମିଟି

ଭୁବନେଶ୍ବର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆକ୍ଟ ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆକ୍ଟ  ଖୁବ୍ ଶୀଘ୍ର ପ୍ରଣୟନ କରାଯିବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତିା ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଜେନା ଉପରୋକ୍ତ ମର୍ମରେ ଏହା କହିଛନ୍ତି।
ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏ ପରି ଆକ୍ଟ ପ୍ରଣୟନର ଆବଶ୍ୟକତା ରହିଛି ବୋଲି ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବୈଠକରେ ମତ ଦେଇଥିଲେ। ଏଥି ସହ ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା, ଆକ୍ଟ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନବିଭାଗକୁ ଦେବୋତ୍ତର କମିଶନଙ୍କ ମାଧ୍ୟମରେ ପ୍ରସ୍ତାବ ଦେବୋ ମନ୍ଦିର ଆକ୍ଟ ସଂପର୍କରେ ଯଥେଷ୍ଟ ଅଭିଜ୍ଞତା ରହିଥିବା ଆଇନଜ୍ଞମାନଙ୍କୁ ସଂପୃକ୍ତ କରି ଏକ କମିଟି ଗଠନ କରିବା ଉପରେ ମନ୍ତ୍ରୀ ଶ୍ରୀ ପଣ୍ଡା ପରାମର୍ଶ ଦେଇଥିଲେ।
en.wikipedia.org
ମନ୍ଦିର ଚତୁଃପାଶ୍ୱର୍ରୁ ଜବରଦଖଲ ଉଚ୍ଛେଦ, ପ୍ରତ୍ନତତ୍ତ୍ୱବିଭାଗ ଦ୍ୱାରା ରକ୍ଷଣାବେକ୍ଷଣ, ମାର୍କେଟ କଂମ୍ଲେକ୍ସ ସମନ୍ଧିତ ସମସ୍ୟାର ସମାଧାନ, ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖରେ ଓ ଦେବୀ ପାଦହରା ପୁଷ୍କରିଣୀର ଉନ୍ନୟନ ପାଇଁ ସବିଶେଷ ପ୍ରକଳ୍ପବିବରଣୀ ପ୍ରସ୍ତୁତ ହୋଇସାରିଥିବା କଥା ବୈଠକରେ ଆଲୋଚିତ ହୋଇଥିଲା। ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସଂ ପୂର୍ଣ୍ଣ ପୁନର୍ଗଠନ ଓ ବିଭିନ୍ନ ସମସ୍ୟା ସଂପର୍କରେ ଦେବୋତ୍ତର ବିଭାଗ ଦ୍ୱାରା ତଦନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।
ଏହି ବୈଠକରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରିନାରାୟଣ ପାତ୍ର, ରେମୁଣା ବିଧାୟକ  ସୁଧାଂଶୁ ଶେଖର ପରିଡ଼ା, ରାଜ୍ୟ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶଶୀକାନ୍ତ ମିଶ୍ର, ଦେବୋତ୍ତର କମିଶନର  ଚିତ୍ତରଞ୍ଜନ ମହା ପାତ୍ର, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅରୁଣ କୁମାର ବେହେରା, ମନ୍ଦିର ନିର୍ବାହୀ  ଅଧିକାରୀ ଶ୍ରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ଉ ପସ୍ଥିତ ଥିଲେ।
ସମ୍ବନ୍ଧିତ ଖବର