ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Advertisment
ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ।

ରାଜ୍ୟପାଳ ରଘୁବର ଦାସ ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତ ଭକ୍ତ ଶ୍ରଦ୍ଧାଳୁ ତଥା ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମସ୍ତଙ୍କର ସୁଖ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ  ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ନବଦିନାତ୍ମକ ଯାତ୍ରା ସାରି ଆଡ଼ପ ମଣ୍ଡପରୁ ରତ୍ନବେଦୀକୁ ବାହୁଡ଼ି ଆସିବେ ଚତୁର୍ଦ୍ଧାମୂର୍ତ୍ତି। କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥା ଓ ବିଶ୍ବାସର ଏହି ଦିବ୍ୟ ଯାତ୍ରା ଅବସରରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe