ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

Advertisment
ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ପଦ୍ମଶ୍ରୀ ନନ୍ଦ କିଶୋର ପୁଷ୍ଟିଙ୍କ ବିୟୋଗରେ ରାଜ୍ୟପାଳ ଗଶେଣୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକଟ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଶୋକ ବାର୍ତ୍ତାରେ ଲେଖିଛନ୍ତି " ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ ସାରଙ୍କ ଉଦ୍ୟମ ଅନେକ ପିଢ଼ି ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ । ଗତ କିଛି ସପ୍ତାହ ପୂର୍ବରୁ ଆୟୋଜିତ ପଦ୍ମ ପୁରସ୍କାର ସମାରୋହରେ ସେ ଦେଶର ଦୃଷ୍ଟି ଆକର୍ଷଣ କରିବା ସହ ଦେଶବାସୀଙ୍କ ଶ୍ରଦ୍ଧାର ପାତ୍ର ହୋଇଥିଲେ । ଓଁ ଶାନ୍ତି"

publive-image

ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ପ୍ରକଟ କରିଛନ୍ତି । ସମସ୍ତଙ୍କ ପ୍ରିୟ ସ୍ବର୍ଗତଃ ନନ୍ଦ ସାର ଅନେକଙ୍କ ପାଇଁ ପ୍ରେରଣା ହୋଇ ରହିବେ ବୋଲି ସେ କହିଛନ୍ତି ।

publive-image

ନିଜ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି “ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।“

ନିଜ ଶୋକବାର୍ତ୍ତାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ “ନନ୍ଦ କିଶୋର ପୃଷ୍ଟି ଜୀଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ। ଓଡ଼ିଶାର ପିଲା ମାନଙ୍କୁ ମାଗଣା ଶିକ୍ଷାଦାନରେ ତାଙ୍କର ଅଗ୍ରଣୀ ଭୂମିକା ପାଇଁ ନିକଟ ଅତୀତରେ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହି ମହାନ ବ୍ୟକ୍ତିଙ୍କର ନିଃସ୍ୱାର୍ଥପର ସେବା ପାଇଁ ସାରା ଦେଶରେ ସେ ଚିର ସ୍ମରଣୀୟ ହୋଇ ରହିବେ। ଓଁ ଶାନ୍ତି ଶାନ୍ତି”

publive-image

ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ଲେଖିଛନ୍ତି “ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନିରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।“

publive-image

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ନିଜ ଶୋକବାର୍ତ୍ତାରେ ଲେଖିଛନ୍ତି “ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ହେବା ଖବର ଶୁଣି ଅତ୍ୟନ୍ତ ଦୁଃଖିତ। ତାଙ୍କ ଜୀବନକୁ ଶିକ୍ଷାଦାନ ପ୍ରତି ସେ ସମର୍ପଣ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଦିବଂଗତ ଆତ୍ମାଙ୍କୁ ମୋକ୍ଷ ପ୍ରଦାନ କରନ୍ତୁ। ତାଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା। ଓଁ ଶାନ୍ତି”

ନିଜ ଶୋକବାର୍ତ୍ତାରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଟୁଇଟ କରି ଲେଖିଛନ୍ତି “ ଯାଜପୁର ଜିଲ୍ଲାର ବର୍ଷିଆନ ଚାଟଶାଳୀ ଶିକ୍ଷକ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶ୍ରୀଯୁକ୍ତ ନନ୍ଦ ସାର ଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ୍। ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ମୁଁ ପ୍ରଭୁ ଜଗନ୍ନାଥ ଙ୍କ ନିକଟରେ ପ୍ରାଥନା କରୁଛି। ଓଁ ଶାନ୍ତି ।”

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe