ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ୨ମାସ ମଧ୍ୟରେ ମିଶନ ଶକ୍ତି ମହାସଂଘମାନଙ୍କୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆମର ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମାନଙ୍କରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା ,ଦୋକାନ ଘର, ଗଡ଼ିଆ, ପୋଖରୀ ଇତ୍ୟାଦି। । ଏଗୁଡିକୁ ସମ୍ପୃକ୍ତ ଜିଲ୍ଲା, ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ । ସାଧାରଣ ଲୋକ ଉପକାର ପାଇବେ ।ମିଶନ ଶକ୍ତିର ମା’ ମାନେ ତାକୁ ଆର୍ଥିକ କାର୍ଯ୍ୟରେ ଲଗାଇ ପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

The Economic Times

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି । ମିଶନ ଶକ୍ତି ଆଜି ପରିବର୍ତନର କର୍ଣ୍ଣଧାର ହୋଇଛି । ମା’ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି । ଆମର ୭୦ଲଷ ମା’ ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଏ

ସମ୍ବନ୍ଧିତ ଖବର