ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ସରକାରଙ୍କ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ସୋମବାର ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି...

13ammnx[a

ଭୁବନେଶ୍ବର: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ସୋମବାର ଏନେଇ ବିଧାନସଭାରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି।

ଟାସ୍କ ଫୋର୍ସ ସମ୍ପର୍କରେ ଘୋଷଣା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ କହିଛନ୍ତି, ଓଡ଼ିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।

ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କ’ଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ  ଟାସ୍କ ଫୋର୍ସ ନିଜର ରିପୋର୍ଟ ଦାଖଲ କରିବେ। 

ଅଧିକ ପଢ଼ନ୍ତୁ: ବିଜୟ ମର୍ଚ୍ଚାଣ୍ଟ ଟ୍ରଫି ଅଣ୍ଡର ୧୬ କ୍ରିକେଟ ଓଡିଶା ଦଳରେ ରୋଶନ ଚୌଧୁରୀ

ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପାରଳାଖେମୁଣ୍ଡି ବିଧାୟକ ରୁପେଶ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଓ ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମଙ୍କୁ ସଦସ୍ୟ ଭାବେ ସାମିଲ କରାଯାଇଛି।  

ଏହା ସହିତ ଏହି ଟାସ୍କ ଫୋର୍ସରେ ୩ ଜଣ ଏକ୍ସ-ଅଫିସିଓ ମେମ୍ବର ମଧ୍ୟ ରହିଛନ୍ତି। ସେମାନେ ହେଉଛନ୍ତି, ଦକ୍ଷିଣାଞ୍ଚଳ ଆରଡିସି, କେନ୍ଦ୍ରାଞ୍ଚଳ ଆରଡିସି ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ। ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଏହାର ସଦସ୍ୟ ଆବାହକ ଅଛନ୍ତି।

ଅଧିକ ପଢ଼ନ୍ତୁ: ଗୃହ ବିଭାଗ ଅତିରିକ୍ତ ଖର୍ଚ୍ଚ ଦାବୀ ଆଲୋଚନା: ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe