ସଂଘବଦ୍ଧ ଆକ୍ରମଣ, ଜଣେ ଗୁରୁତର

ସଂଘବଦ୍ଧ ଆକ୍ରମଣ, ଜଣେ ଗୁରୁତର

ଭଣ୍ଡାରିପୋଖରୀ-୧: ଭଣ୍ଡାରିପୋଖରୀ ଥାନା ନମକଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିବା କୁହାଯାଉଛି। ଗ୍ରାମର ପିତାମ୍ବର ଜେନା ଆଜି ସନ୍ଧ୍ୟାରେ ମଞ୍ଜୁରୀରୋଡ଼ ବଜାରରୁ ଘରକୁ ଫେରୁଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କୁ ନମକଣା କେନାଲ ରାସ୍ତାରେ ଆକ୍ରମଣ କରିଥିଲେ।

ଅତି ଅମାନୁଷିକ ଭାବେ ଦୁର୍ବୁତ୍ତ ମାନେ ପିତାମ୍ବରଙ୍କ ଗୋଡ, ହାତ ଓ ମୁଣ୍ଡକୁ ହାଣିଥିବା ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମଞ୍ଜୁରୀରୋଡ଼ ଫାଣ୍ଡି ପୁଲିସ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe