ଜିଭିଭି ଶର୍ମା ହେଲେ ରାଜସ୍ବ ପର୍ଷଦ ସଦସ୍ୟ

ବେଣୁଗୋପାଳଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଦାୟିତ୍ବ

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିଲା ପରେ ୧୯୮୬ ବ୍ୟାଚ୍‌ର ଆଇଏଏସ୍‌ ଅଫିସର୍‌ ଜିଭିଭି ଶର୍ମାଙ୍କୁ ରାଜସ୍ବ ପର୍ଷଦର ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନର ରାଜସ୍ବ ପର୍ଷଦର ସଦସ୍ୟ ତଥା ୧୯୮୮ ବ୍ୟାଚ୍‌ର ଆଇଏଏସ୍‌ ଅଫିସର୍‌ ସି ଜେ ବେଣୁଗୋପଳଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ବଦଳି କରାଯାଇଛି। ‌ସେ ନୂଆଦିଲ୍ଲୀରେ ମୁଖ୍ୟ ଆବାସିକ କମିସନର୍‌ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ପୂର୍ବରୁ ଗୋପବନ୍ଧୁ ଏକାଡେମିର ମହାନିର୍ଦ୍ଦେଶକ ଏସ୍‌ ପି ଠାକୁର କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଉଥିଲେ। ନୂଆ ନିଯୁକ୍ତି ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ସମ୍ବନ୍ଧିତ ଖବର