ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି | ଏହା ସହ କିଛି ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ପବନ ବେଗ ୩୦-୪୦ କିଲୋମିଟରରେ ପହଞ୍ଚିବ ବୋଲି ଜଣାପଡିଛି | ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |

କୁଆପଥର ବର୍ଷା ହେବାର ଥିବା ୫ଟି ଜିଲ୍ଲା ମଧ୍ୟରେ ରହିଛି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର | ଏହି ୫ଟି ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି | ସେହିଭଳି ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ପବନ ବେଗ ୩୦-୪୦ କିଲୋମିଟରରେ ପହଞ୍ଚିବ ବୋଲି ଜଣାପଡିଛି |

ସମ୍ବନ୍ଧିତ ଖବର