ରାଜଧାନୀରେ ‘ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଅଧ ଏକର ଜମି

୩କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମଞ୍ଜୁର କରିଛନ୍ତି। ଏଥିପାଇଁ ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ଓ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଚଳିତମାସ ୨୮ ତାରିଖରେ ନିଖିଳ ଓଡ଼ିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ବଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ। ଦୂରଦୂରାନ୍ତରରୁ ପାଠ ପଢ଼ିବାକୁ ଆସୁଥିବା ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା। ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବା ପାଇଁ ଓ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ବଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ।

ସମ୍ବନ୍ଧିତ ଖବର