ବିଧାନସଭା ପରିସରରେ ମହତାବ ଜୟନ୍ତୀ

ଭୁବନେଶ୍ବର : ଓଡ଼ିଶା ବିଧାନସଭା ପକ୍ଷରୁ ହରେକୃଷ୍ଣ ମହତାବଙ୍କ ୧୨୦ତମ ଜୟନ୍ତୀ ଆଜି ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଉପବାଚସ୍ପତି ରଜନୀକାନ୍ତ ସିଂହ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ମନ୍ତ୍ରୀ ନବକିଶୋର ଦାସ, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସୁଦାମ ମାର୍ଣ୍ଡି, ଟୁକୁନି ସାହୁ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ପ୍ରେମାନନ୍ଦ ନାୟକ, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ସମେତ ବହୁ ବିଧାୟକ, ପୂର୍ବତନ ବିଧାୟକ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶାଶ୍ବତୀ ଅନୁଷ୍ଠାନର କଳାକାରମାନେ ମହତାବଙ୍କ ସ୍ମୃତିରେ ସଙ୍ଗୀତ ପରିବେଷଣ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟ ସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଉପସ୍ଥିତ ଥିଲେ। ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର