ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା, ମଲକାନଗିରି, କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ରିପୋର୍ଟ ପ୍ରକାଶ ପାଇଛି।
ଏଥିସହିତ ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ ଓ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କୋରାପୁଟ, ମଲାକାନଗିରି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଆଦି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2019/06/thane-rains-1529996453.jpg)
୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେହିପରି ୧ରୁ ୨ ତାରିଖ ମଧ୍ୟରେ ସମ୍ବଲପୁର, ଦେଓଗଡ଼, ସୋନପୁର, ଅନୁଗୁଳ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଢ଼େଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ବାଲେଶ୍ୱର, ଭଦ୍ରକ,ଯାଜପୁର, ଜଗତସିଂହପୁର,କଟକ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/06/mumbairain-2.jpg)