ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯିବା ଲାଗି ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଅନୁମତି

କଟକ : ସିସୋର ଚିଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜାମିନ ପାଇଥିବା ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ରଂଜନ ବିଶ୍ୱାଳଙ୍କୁ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ଯିବା ଲାଗି ହାଇକୋର୍ଟ ଅନୁମତି ଦେଇଛନ୍ତି। ପୂର୍ବରୁ ଜୁନ୍‌ ୨୬ରେ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ। ୨୦ ଲକ୍ଷ ଟଙ୍କା ନିମ୍ନ ଅଦାଲତରେ ଜମା କରିବା ସହିତ ୫ ହଜାର ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ ପାଇଁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଜାମିନରେ ଛାଡ ପାଇବା ପରେ ଶ୍ରୀ ବିଶ୍ୱାଳ ବିନା ଅନୁମତିରେ ରାଜ୍ୟ ବାହାରକୁ ଯାଇ ପାରିବେ ନାହିଁ ବୋଲି ସର୍ତ୍ତ ରଖାଯାଇଥିଲା। ଏପରି ପରିସ୍ଥିତିରେ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ଯିବା ଲାଗି ଅନୁମତି ଲୋଡି ଶ୍ରୀ ବିଶ୍ୱାଳଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ ଦାୟର କରାଯାଇଥିଲା। ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନର ଶୁଣାଣି କରି ଏଥି ପାଇଁ ଶ୍ରୀ ବିଶ୍ୱାଳଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଅସୁସ୍ଥ ଥିବା ଶ୍ରୀ ବିଶ୍ୱାଳ ଉଚ୍ଚତର ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ଯିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର