ଭୁବନେଶ୍ବର : ଆସନ୍ତା ୫ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଜୁନ୍‌ ପହିଲାରେ ବରଗଡ଼ ସମେତ ସମ୍ବଲପୁର, ଝାରସୁଗୁଡ଼ା, ଟିଟିଲାଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ରାଉରକେଲା ପରି ସହରର ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ୨ ଓ ୩ ତାରିଖରେ ସାରା ଓଡ଼ିଶା ତତଲା ତାୱାରେ ଭାଜି ହେବ। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଛି।

Advertisment

ବଲାଙ୍ଗୀର, ସୋନପୁର, ଟିଟିଲାଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ୪୩ ଡିଗ୍ରି ଉପରେ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ସମୟ ମଧ୍ୟରେ ଉପକୂଳ ଓ ଅଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।