ବାଙ୍କୀ: ବାପାଙ୍କ ମୃତ୍ୟୁ ପରେ ତାଙ୍କ ସ୍ଥାନରେ ଚାକିରି ଦେବା ପାଇଁ ୬ବର୍ଷ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧାଇଁ ନିରାଶ ହେବା ପରେ ବାଙ୍କୀର ଅମିୟ ରଞ୍ଜନ ସିଂହ ନାମକ ଜଣେ ଯୁବକ ଆଜି ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଙ୍କୀ ଚିକିତ୍ସାଳୟ ଓ ପରେ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ିଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି।

Advertisment

Education: ପ୍ରଧାନଶିକ୍ଷକ, ହୋଷ୍ଟେଲ ଅଧୀକ୍ଷକଙ୍କୁ ଜିଲ୍ଲାପାଳଙ୍କ କାରଣ ଦର୍ଶାଅ ନୋଟିସ୍‌

ଶରୀରର ୯୦% ପୋଡ଼ିଯାଇଛି
କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର
୬ବର୍ଷ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୁହାରି କରି ନିରାଶ

ବାଙ୍କୀ ବ୍ଲକ୍‌ ଓସ୍ତିଆ ପଞ୍ଚାୟତ ବିଷ୍ଣୁପୁର ଗ୍ରାମର ଅମିୟ ରଞ୍ଜନ ସିଂହଙ୍କ ବାପା କ୍ଷୁଦ୍ର ଜଳସେଚନ ବିଭାଗରେ କାର୍ଯ୍ୟରତ ଥିବା ବେଳେ ମୃତ୍ୟୁ ଘଟିଥିଲା। ବାପାଙ୍କ ମୃତ୍ୟୁ ପରେ ତାଙ୍କ ସ୍ଥାନରେ ଚାକିରି ପାଇବା ପାଇଁ ଅମିୟ ଗତ ୬ବର୍ଷ ହେଲା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧାଉଁଥିଲେ। ହେଲେ, ସେଠାରୁ କେବଳ ପ୍ରତିଶ୍ରୁତି ମିଳୁଥିଲା ସିନା ତାଙ୍କ ଚାକିରି ଫାଇଲ୍‌ ଆଗକୁ ବଢ଼ୁ ନ ଥିଲା। ବାରମ୍ବାର ଗୁହାରି କରି ନିରାଶ ହେବା ପରେ ମାନସିକ ଭାରସାମ୍ୟ ହରାଇ ବସିଥିଲେ। ଆଜି ଅପରାହ୍ଣ ୨ଟାରେ ବିଷ୍ଣୁପୁର ଖେଳପଡ଼ିଆରେ ସେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Peace Talk: ‘ନା’ କହିବାରେ ତେହେରାନର ଶକ୍ତି ନିହିତ: ଅରାଘଚି