ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି | ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଉ ଏହାକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ ରଥଯାତ୍ରା ସରିଥିବାରୁ ସଂକ୍ରମଣ ବଢ଼ିପାରେ | ରଥଯାତ୍ରା ସରିଥିବାରୁ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି ଜନସାଧାରଣ ତେଣୁ ତାହା ଉପରେ ନଜର ରଖାଯାଇଛି l କମ୍ୟୁନିଟିରେ ମଧ୍ୟ ପଜିଟିଭିଟି କେସ ରହିଛି ତେଣୁ ବିଭିନ୍ନ ଜିଲ୍ଲାରେ କଣ ପରିସ୍ଥିତି ରହୁଛି ତାକୁ ତର୍ଜମା କରାଯଉଛି l
ଅନ୍ୟ ଲହର ପରି ସଂକ୍ରମଣ ବଢ଼ୁନାହିଁ ହେଲେ ଧୀରଗତିରେ ସଂକ୍ରମଣ ବଢୁଛି l ନିୟମ ମାନିବା ସହ ଯେଉଁମାନେ ଟିକା ନେଇନାହାନ୍ତି ତୁରନ୍ତ ଟିକା ନିଅନ୍ତୁ l କେତେ ବଢୁଛି, ବଢିବାର ଆକାର କଣ ଓ ଏହାର ଫାଟାଲିଟି କେତେ ଏହା ଉପରେ ଆମେ ସମ୍ପୂର୍ଣ୍ଣ ନଜର ରଖିଛୁ l ରାଜ୍ୟରେ ଏହି ଲହରରେ ପ୍ରଥମ କୋଭିଡ ଜନିତ ମୃତ୍ୟୁ ହୋଇଛି l ତେଣୁ ବେଶୀ ଆନୁସଙ୍ଗିକ ରୋଗ ଥିବା ଲୋକଙ୍କ କ୍ଷେତ୍ରରେ ଏହା ପ୍ରଭାବ ପକାଉଛି ତେଣୁ ସେମାନେ ସଚେତନ ରହିବା ନିହାତି ଆବଶ୍ୟକ l
ଅନ୍ୟ ରାଜ୍ୟରେ ଯେଉଁଭଳି କେସ ଖସୁଛି ତେଣୁ ଆକଳନ କରାଯାଇପାରେ ଯେ ଆଗାମୀ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଓଡିଶା ଭଲ ସ୍ଥିତିକୁ ଆସିପାରେ l ତେଣୁ ବର୍ତ୍ତମାନ ଓଡିଶାରେ ଉପର ମୁହାଁ ଗ୍ରାଫ ରହିଛି ତେଣୁ ଏହା ବଢିଲା ପରେ ସମାନ୍ତରାଳ ହୋଇ କିଛି ଦିନ ରହିବା ପରେ ଧୀରେ ଧୀରେ ଖସିପରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି |
Follow Us