ଭୁବନେଶ୍ବର: ରାଜ୍ୟରେ ଚୀନ ଭାରିଏଣ୍ଟ ଚିହ୍ନଟ ପରେ ସ୍ୱାସ୍ଥ୍ୟ ବିଭଗ ତତ୍ପର ହୋଇଉଠିଛି। ଏନେଇ , ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ସମସ୍ତେ ମାକ୍ସ ପିନ୍ଧନ୍ତୁ। ବିଶେଷ କରି ଗହଳି ସମୟରେ ମାକ୍ସ ପିନ୍ଧିବାକୁ ଭୁଲନ୍ତୁ ନାହୁଁ। ଏହାସହ ଆସନ୍ତାକାଲି ଦିନ ୧୨.୩୦ ରେ ସଚିବାଳୟରେ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ କୋଭିଡ ସ୍ଥିତିକୁ ନେଇ ଆବଶ୍ୟକୀୟ ପଦକ୍ଷେପ କଣ ନିଆଯିବ ତାହା ଉପରେ ବୈଠକ ହେବ। ସ୍ୱାସ୍ଥ୍ୟ ବିଭାଗ ସହ ଆରଏମଆରସି, ଆଇଏଲଏସ ଓ ବିଭିନ୍ନ ମେଡ଼ିକାଲ୍ କଲେଜ କର୍ତୃପକ୍ଷ ବୈଠକରେ ସାମିଲ ହେବେ। ବସିବ ବୈଠକ।
ସେ ଆହୁରି କହିଛନ୍ତି, ସେପ୍ଟେମ୍ବର ୩୦ ରେ ଯେଉଁ ଭାରିଏଣ୍ଟ ଜଣକ ପାଖେ ଚିହ୍ନଟ ହୋଇଥିଲା। ଏହା ପରେ ଏହି ବି୭ ଭାରିଏଣ୍ଟର କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଭୟଭୀତ ହେବାର ଆବଶ୍ୟକ ନାହିଁ। ଚୀନ ରେ ଏହ ବ୍ୟାପୁଛି, ତାହା ନୁହେଁ ଯେ ଭାରତରେ ସେହି ହାରରେ ଏହା ବ୍ୟାପିବ ଓ ଆକ୍ରାନ୍ତ କରାଇବ। ସର୍ଭେଲାନ୍ସ ଜାରି ରହିଛି ଆଗକୁ ବି ରହିବ। ବୁଷ୍ଟର ଡୋଜ ନେବାକୁ ସମସ୍ତଙ୍କୁ ଅନୁରୋଧ। ସଚେତନ ହୁଅନ୍ତୁ, ଅଯଥା ଗହଳି କରନ୍ତୁ ନାହିଁ। ଗହଳିକୁ ଗଲେ ମାସ୍କ ପିନ୍ଧନ୍ତୁ। ନିଜ ପାଇଁ ନିଜେ ସତର୍କ ହୁଅନ୍ତୁ। ଟେଷ୍ଟିଂ, ଟ୍ରାକିଂ,ଟ୍ରିଟମେଣ୍ଟ ସରକାର କରୁଛନ୍ତି ତାହା ଜାରି ରହିବ। ଭାରତ ସରକାରଙ୍କ ଗାଇଡଲାଇନ ଅନୁଯାୟୀ ଆଗକୁ କଟକଣା ଲାଗୁ ହେବ।
ରାଜ୍ୟରେ ଚୀନ ଭାରିଏଣ୍ଟ ଚିହ୍ନଟ: ଭାରତ ସରକାରଙ୍କ ଗାଇଡଲାଇନ ଅନୁଯାୟୀ ଆଗକୁ ଲାଗୁ ହେବ କଟକଣା
/sambad/media/post_attachments/wp-content/uploads/2022/12/a1932f99-f8fd-41f7-beea-24c87a9b6ae7.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)