କରୋନା ଲକ୍ଷଣ ଥିଲେ ତୁରନ୍ତ ପରୀକ୍ଷା କରାଇନିଅନ୍ତୁ: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ସଂକ୍ରମଣ ପୁଣି ସାମାନ୍ୟ ବଢ଼ିଛି। ଗତକାଲି ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କୋଭିଡ ସଂକ୍ରମଣ ସାମନ୍ୟ ଉପରମୁହାଁ ହେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।

ସ୍ୱାସ୍ଥ୍ୟ ନିର୍ଦେଶକ କହିଛନ୍ତି, ଗତ ୭ଦିନ ଭିତରେ ଦୁଇ ଅଙ୍କ ଭିତରେ ରହୁଛି ରାଜ୍ୟର ସଂକ୍ରମଣ। ଆଜି ସାମାନ୍ୟ ବଢ଼ିଛି। ଦେଶର ବିଭିନ୍ନ ରାଜ୍ୟରେ ଯେଉଁଭଳି ସଂକ୍ରମଣ ବଢୁଛି। ତେଣୁ ତାକୁ ଦେଖି ଆମକୁ ସତର୍କତାମୂଳକ ପଦକ୍ଷେପ ନେବାକୁ ପଡ଼ିବ।ବିଭାଗ ପକ୍ଷରୁ ଯେଉଁଭଳି ସର୍ଭିଲାନ୍ସ ଚାଲିବା କଥା ଚାଲିଛି। ଟେଷ୍ଟିଂ ଚାଲିଛି ତାକୁ ବଢ଼େଇବା ପାଇଁ କୁହାଯାଇଛି। ଲୋକମାନଙ୍କୁ ଆମେ ନିବେଦନ କରୁଛୁ ଯେଉଁମାନଙ୍କର ଲକ୍ଷଣ ଦେଖାଯାଉଛି, ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ। ଭିଡ଼କୁ ଯାଆନ୍ତୁ ନାହିଁ କି ଭିଡ଼ କରନ୍ତୁ ନାହିଁ। ମାସ୍କ ପିନ୍ଧନ୍ତୁ। ଲୋକମାନେ ସ୍ୱତଃପ୍ରବୃତ୍ତ ଭାବେ ଆଗକୁ ଆସି ଟେଷ୍ଟିଂ କରାଇ ନିଅନ୍ତୁ। ଅଳ୍ପ ବଢିଲେ ବି ତାକୁ ଅଣଦେଖା କରିବାନି।ସତର୍କ ରହିବାକୁ ହେବ। ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏ ଭିତରେ ଦୁଇ ତିନି ଥର ସମୀକ୍ଷା କରାଯିବା ସହ ଜିଲ୍ଲାପାଳମାନଙ୍କୁ ସଂକ୍ରମଣ ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ନିର୍ଦେଶ ଦିଆଯାଇଛି।

ସମ୍ବନ୍ଧିତ ଖବର