ଗୁଳିମାଡ଼ ପରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବରକୁ ହେବେ ଏୟାରଲିଫ୍ଟିଂ

ଗୁଳିମାଡ଼ ପରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବରକୁ ହେବେ ଏୟାରଲିଫ୍ଟିଂ

ଝାରସୁଗୁଡ଼ା: ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟିଂ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏବେ ତାଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରେ ରଖାଯାଇଛି।

ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରୁଥିବା କୁହାଯାଉଛି।

publive-image

ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ସେ ଜଣେ ଏଏସଆଇ ଭାବେ କାର୍ଯ୍ୟରତ। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।

ସୂଚନା ଅନୁଯାୟୀ, ଏଏସଆଇ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସାମ୍ନାକୁ ଆସି ୫ ରାଉଣ୍ଡ ଗୁଳି ଚଳାଇଥିଲେ। ହେଲେ ମନ୍ତ୍ରୀଙ୍କ ଦେହରେ ୩ଟି ଗୁଳି ବାଜିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe