ତରଭାରେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ଶିବିର

ତରଭାରେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ଶିବିର

ତରଭା: ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ତରଭା ବ୍ଲକ୍‌ ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଏସ୍‌ପି ଅମରେଶ ପଣ୍ଡା ଶିବିରରେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ। ମୋଟ ୨୫ଟି ପଞ୍ଜୀକୃତ ଅଭିଯୋଗ ମଧ୍ୟରୁ ୫ ଟିର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ୨୦ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଦିଆଯାଇଥିଲା।

ବିଡିଓ, ବିନୟ ପଟେଲଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ଡ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ୍‌ ଅଧ୍ୟକ୍ଷ ସରୋଜ କମ୍ପ, ଏଡିଏମ୍‌ଓ ‌ଡ‌ା. ଦୈତ୍ୟ ନାରାୟଣ ପାଢ଼ୀ, ପିଡବ୍ଲୁଡି ଏସ୍‌ଇ ଦାମୋଦର କୈବର୍ତ୍ତ, ନିର୍ବାହୀଯନ୍ତ୍ରୀ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ସହ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe