ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ବାଲେଶ୍ବର ଜିଲ୍ଲାରେ ଗ୍ରୀଷ୍ମ ପ୍ରଭାବ, ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ବାଲେଶ୍ବର ଜିଲ୍ଲାରେ ଗ୍ରୀଷ୍ମ ପ୍ରଭାବ, ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

Sambad English

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ବାଲେଶ୍ବର ଜିଲ୍ଲାରେ ଗ୍ରୀଷ୍ମ ପ୍ରଭାବ ବେଶୀ ଅନୁଭୂତ ହେବାର ସମ୍ଭାବନା ରହିଛି। ଏହି ଗ୍ରୀଷ୍ମ ପ୍ରଭାବ ସାଧାରଣ ଲୋକଙ୍କ ପାଇଁ ସହଣୀୟ ରହିବ। ମାତ୍ର ଗୁରୁତର ଅସୁସ୍ଥ ରୋଗୀ, ଶିଶୁ ଏବଂ ବୃଦ୍ଧମାନଙ୍କ ପାଇଁ ଏହା ଚିନ୍ତାର ବିଷୟ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।

ଏହି ଅଞ୍ଚଳର ଲୋକମାନେ ମଧ୍ୟାହ୍ନ ସମୟରେ ବାହାରକୁ ବାହାରୁଥିଲେ ସାଥିରେ ପାଣି ନେବା ସହ ଅନ୍ୟାନ୍ୟ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆହୁରି ବି ସୂଚନା ଦିଆଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe