ଗ୍ରୀଷ୍ମ ପ୍ରବାହ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି: ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ

Advertisment
ଆସନ୍ତାକାଲିଠାରୁ ପୁଣି ବଢିବ ତାତି

ଭୁବନେଶ୍ବର: ରାଜ୍ୟର ଅନେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହୋଇଗଲାଣି। ଏଯାବତ ବଲାଙ୍ଗୀରରେ ସର୍ବାଧିକ ୪୧.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ କେନ୍ଦୁଝରରେ ସର୍ବନିମ୍ନ ୧୯.୫ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ଆସନ୍ତା ମାର୍ଚ୍ଚ ୩୦ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ବରଗଡ଼ ରହିଛି। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଖରା ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କୁ ଅଧିକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

publive-image
StormGeo

ଏଥିସହିତ ମାର୍ଚ୍ଚ ୩୧ରୁ ଏପ୍ରିଲ ୧ ତାରିଖ ମଧ୍ୟରେ ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୁଳ, କଳାହାଣ୍ଡି ଓ ସମ୍ବଲପୁର ଆଦି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏପ୍ରିଲ ୧ରୁ ୨ ତାରିଖ ମଧ୍ୟରେ ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାକୁ ବି ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆବଶ୍ୟକ ନଥିଲେ ଖରା ସମୟରେ ବାହାରକୁ ନବାହାରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe