ଆଗାମୀ ୫ଦିନ ଗ୍ରୀଷ୍ମ ପ୍ରବାହ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୫ଦିନ ରାଜ୍ୟର ଅନେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିପାଇଁ ଅନେକ ଜିଲ୍ଲାକୁ ଭୁବ‌ନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ସୁବର୍ଣ୍ଣପୁର,ବୌଦ୍ଧ, କଟକ, ନୟାଗଡ଼ ଓ ଖୋର୍ଧା ରହିଛି। ଏହି ଗ୍ରୀଷ୍ମ ପ୍ରବାହ ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କ ଅଧିକ ଯତ୍ନ ନେବାକୁ ହେବ। ଜରୁରୀ ନଥିଲେ ଦିନ ୧୧ରୁ ୩ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି।

ସେହିପରି ଏପ୍ରିଲ ୨୬ରୁ ୨୭ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏପ୍ରିଲ ୨୭ରୁ ୨୮ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୁଳ ଓ ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେତୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।  ଏଥିସହିତ ଏପ୍ରିଲ ୨୯ରୁ ୩୦ ତାରିଖ ମଧ୍ୟରେ ବଲାଙ୍ଗୀର, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ ଓ ନୂଆପଡ଼ା ଆଦି ଜିଲ୍ଲାକୁ ବି ଗ୍ରୀଷ୍ମ ପ୍ରବାହ ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର