ଭୁବନେଶ୍ବର: ଆସନ୍ତା ୪ଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ।ର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ କିଛି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼, ଖୋର୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ରହିଛି।
ତେବେ ସାଧାରଣ ଜନତାଙ୍କ ପାଇଁ ଏହି ଗ୍ରୀଷ୍ମପ୍ରବାହ ସହନଶୀଳ ରହିଛି। କିନ୍ତୁ ଦୁର୍ବଳ ଲୋକ, ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପାଇଁ ଏହି ଗୀଷ୍ମପ୍ରବାହ ଚିନ୍ତାଜନକ ରହିଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି |ଏଥିସହିତ ଯଦି ଏହି ସମୟ ଭିତରେ ଜରୁରୀ ଆବଶ୍ୟକ ପଡ଼େ ତେବେ ମୁଣ୍ଡରେ ଓଦା କନା ସହିତ ସାଙ୍ଗରେ ପାଣିବୋତଲ ଧରି ଯାଆନ୍ତୁ।
ସେହିପରି ୩୧ରୁ ୧ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର,ବୌଦ୍ଧ, ନୟାଗଡ଼, ଖୋର୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୧ରୁ ୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/d3800520-4cc6-4cb6-a434-e5b976ac6024.jpg)