ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ !

ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ !

Yo! Vizag

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବନୂମାନ କରାଯାଇଛି। ତେବେ ଗ୍ରୀଷ୍ମପ୍ରବାହର ସ୍ଥିତି ଉପରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ନଜର ରଖିଛନ୍ତି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼, ଖୋର୍ଧା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲା ରହିଛି।

ସାଧାରଣ ଜନତାଙ୍କ ପାଇଁ ଉତ୍ତାପ ସହନଶୀଳ ରହିଛି। କିନ୍ତୁ ଦୁର୍ବଳ ଲୋକ, ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପାଇଁ ଏହି ଗୀଷ୍ମପ୍ରବାହ ଚିନ୍ତାଜନକ ରହିଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି |ଏଥିସହିତ ଯଦି ଏହି ସମୟ ଭିତରେ ଜରୁରୀ ଆବଶ୍ୟକ ପଡ଼େ ତେବେ ମୁଣ୍ଡରେ ଓଦା କନା ସହିତ ସାଙ୍ଗ‌ରେ ପାଣିବୋତଲ ଧରି ଯାଆନ୍ତୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe