ଏସବୁ ଜିଲ୍ଲା‌କୁ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୧୬ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ତାପମାତ୍ରା ୩ରୁ ୫ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ମାର୍ଚ୍ଚ ୧୬ରୁ ୧୭ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ନୟାଗଡ଼, ଖୋର୍ଧା, ବାଲେଶ୍ବର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ କରାଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଏଥିସହିତ ମାର୍ଚ୍ଚ ୧୭ରୁ ୧୮ ତାରିଖ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଧା୍, ବାଲେଶ୍ବର ଓ ମୟୁରଭଞ୍ଜ ରହିଛି।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ବି ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ କରାଯାଇଛି। ତେବେ ଏହି ଗ୍ରୀଷ୍ମ ପ୍ରବାହ ସମୟରେ ଛୋଟପିଲା, ବୃଦ୍ଧ ଓ ଅସୁସ୍ଥ ଥିବା ଲୋକଙ୍କୁ ଅଧିକ ସତର୍କ ରହିବାକୁ କୁହାଯାଇଛି । ଦିନ୧୧ଠାରୁ ୫ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ସମ୍ବନ୍ଧିତ ଖବର