ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା; ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା; ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

Met Weather

ଭୁବନେଶ୍ୱର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେବ ସମଗ୍ର ଓଡ଼ିଶା। ତେବେ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବା ସହ ତାତିରୁ ନିସ୍ତାର ନାହିଁ ବୋଲି ସତର୍କ କରାଇଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଙ୍ଗଳବାର ଅପରାହ୍ଣ ସୁଦ୍ଧା ପଶ୍ଚିମ ଓଡ଼ିଶାର ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି ଓ ଅନୁଗୁଳ ପ୍ରମୁଖ ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ରାଜ୍ୟର ଏହି ୧୧ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ପ୍ରବାହିତ ହେବାକୁ ଥିବା ଗ୍ରୀଷ୍ମ ପ୍ରବାହ କାଳରେ ଅଂଶୁଘାତର ଆଶଙ୍କା ରହିଥିବାରୁ ଏହି ୧୧ଟି ଜିଲ୍ଲାରେ ବୃଦ୍ଧ ଓ ଶିଶୁମାନଙ୍କୁ ସକାଳ ୮ଟା ପରଠାରୁ ଦିନ ଦୁଇଟା ପର୍ଯ୍ୟନ୍ତ ପଦାକୁ ନ ବାହାରିବା ପାଇଁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

publive-image

ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ରାୟଗଡ଼ା, କୋରାପୁଟ, ଗଜପତି ଓ ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe