ଉପକୂଳ ଓଡ଼ିଶାରେ ବଢ଼ୁଛି ତାତି: ଅସହ୍ୟ ଗୁଳୁଗୁଳି ଅନୁଭୂତ

ଭୁବନେଶ୍ବର: ଦିନ ସହ ବଢ଼ୁଛି ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରି ଉପରେ ପାରଦ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ। ଲୋକେ ସନ୍ତୁଳି ହେବେ। ଦିନ ୧୦ ଟାରୁ ଅପରାହ୍ନ ୩ ଟାକୁ ପିକ୍ ଆଓ୍ବାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁଙ୍କୁ ସିଧାସଳଖ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି।।

ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରି ଅତିକ୍ରମ କରିବ ତାପମାତ୍ରା ବୋଲି ଚେତାବନୀ ଦେଇଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶାରେ ୩୯ ଡିଗ୍ରୀ ସହ ୬୦ ପ୍ରତିଶତ ରହିବ ଆର୍ଦ୍ରତା ବୋଲି କୁହାଯାଇଛି।

ସମ୍ବନ୍ଧିତ ଖବର