ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ; ଅପରାହ୍ନରେ କାଳବୈଶାଖୀ ସମ୍ଭାବନା

Advertisment
ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ; ଅପରାହ୍ନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଆଜି (ଗୁରୁବାର) ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

publive-image

ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି (ଗୁରୁବାର) ଅପରାହ୍ନ ୧ଟା୩୦ରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ୮ଟା୩୦ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ପ୍ରବଳ ଗ୍ରୀଷ୍ମପ୍ରବାହ ପରିପ୍ରେକ୍ଷୀରେ ଅଂଶୁଘାତର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିବା ସହ ମଧ୍ୟାହ୍ନ ସମୟରେ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକମାନଙ୍କୁ ଖରାରୁ ଦୂରେଇ ରହି ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ତେବେ, ଶୁକ୍ରବାର ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହିସମୟ ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe