୩ ଦିନ ପାଇଁ ରାଜ୍ୟର ୧୧ ଜିଲ୍ଲାରେ ଘନ କୁହୁଡ଼ି

ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ଆଜିଠାରୁ ୩ ଦିନ ପାଇଁ ରାଜ୍ୟର ୧୧ଟି ଜିଲ୍ଲାରେ ଘନ କୁହୁଡ଼ି ହେବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିସନର ସବୁ ଜିଲ୍ଲାପାଳ ଓ ଜିଲ୍ଲା ଏସ୍‌ପିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶନାମା ଅନୁଯାୟୀ, ଜାନୁଆରି ୪ ତାରିଖରେ ଅନୁଗୁଳ, ବୌଦ୍ଧ, ସୋନପୁର, ଜଗତସିଂହପୁର, କନ୍ଧମାଳ ଓ ଭଦ୍ରକରେ ସକାଳୁ ସକାଳୁ ଘନ କୁହୁଡ଼ି ହେବ। ସେହିପରି ୫ ତାରିଖରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ ଓ ଜଗତସିଂହପୁରରେ କୁହୁଡ଼ି ଜାରି ରହିବ। ସେହିପରି ଆସନ୍ତା ୬ ତାରିଖରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ଜଗତସିଂହପୁର ଓ ନୟାଗଡ଼ରେ କୁହୁଡ଼ି ଜାରି ରହିବେ। କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥରେ ଗାଡ଼ି ଚଳାଚଳନ ନିୟନ୍ତ୍ରଣ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧିତ ଖବର