୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ଆସନ୍ତା ୩୦ ତାରଖରୁ ବର୍ଷାର ବିସ୍ତୃତି ବଇବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ବିକାନେରରୁ ବାହାରି କୋଟା, ରାଇସେନ, ଦୁର୍ଗ ଏବଂ ପଶ୍ଚିମ ଦକ୍ଷିଣ- ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ଜୁଲାଇ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

publive-image

ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଗୁରୁବାର) ସକାଳୁ ଆକାଶ ମେଘାଛନ୍ନ ରହିବା ସହ ବିକ୍ଷିପ୍ତ ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe