ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜରି କରି ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଓ ବରଗଡ଼ ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି।

ଅନ୍ୟପଟେ ଆସନ୍ତାକାଲି ଅର୍ଥାତ ଜୁଲାଇ ୬ ତାରିଖ ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆପଥର ବର୍ଷା ହେବାକୁ ଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଉକ୍ତ ଜିଲ୍ଲାର ବାସିନ୍ଦାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆପଥର ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଙ୍କୋନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ଆଦି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe