Nation Thailand
ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ୧୪ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଘୋଷଣା କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅକ୍ଟୋବର ୧୧ରୁ ୧୨ ତାରିଖ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକରେ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
The Economic Timesସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଆସନ୍ତା ୧୩ରୁ ୧୪ ତାରିଖ ମଧ୍ୟରେ ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ସମୟରେ ସତର୍କ ରହିବାକୁ କୁହାଯାଇଛି।
ଏଥିସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଥିବା ଅବପାତ ପ୍ରଭାବରେ ଓଡ଼ିଶାର ଗୋପାଳପୁର ବନ୍ଦରକୁ ୩ନମ୍ବର ବିପଦ ସଂକେତ ଜାରି ହୋଇଥିବା ବେଳେ ଓଡିଶାର ବାକି ସମସ୍ତ ବନ୍ଦରମାନଙ୍କ ପାଇଁ ୧ନମ୍ବର ବିପଦ ସଂକେତ ଜାରି କରାଯାଇଛି।
Follow Us