ଭୁବନେଶ୍ବର: ଯୋଡ଼ା ଲଘୁଚାପ ପ୍ରଭାବରେ ସାରା ଓଡ଼ିଶା ଭିଜିବ। ପାଣିପାଗ ବିଭାଗ ୫ ଦିନ ଯାଏ ପ୍ରବଳ ବର୍ଷା ଚେତାବନୀ ଦେଇଛି। ଲଘୁଚାପ ବର୍ତ୍ତମାନ ଉତ୍ତରପଶ୍ଚିମ ବଙ୍ଗୋପସାଗର ସକ୍ରିୟ ଥିବା ବେଳେ ଗଞ୍ଜୟ ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ଓଡିଶା ଉପକୂଳବର୍ତ୍ତୀ ଅଂଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ଦୁର୍ବଳ ହେବାର ସମ୍ଭାବନା ରହିଛି। ଏଥିସହ ସେପ୍ଟେମ୍ବର ୨୫ ତାରିଖ ପାଖାପାଖି ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି, ସେପ୍ଟେମ୍ବର ୨୬ ତାରିଖ ପାଖାପାଖି ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି।
ପାଣିପାଗ ସେପ୍ଟେମ୍ବର ୨୭ ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଉଭୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି। ବିଶେଷ କରି ଦକ୍ଷିଣ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷୀବ। ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ସାରା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷାକୁ ନେଇ ହଳଦିଆ ଚେତାବନୀ ଦେଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ପାଣିପାଗ ବିଭାଗ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି। ପାଣିପାଗ ବିଭାଗ। ସେହିପରି ରାୟଗଡା, ଗଜପତି, ଗଂଜାମ କଳାହାଣ୍ଡି, କନ୍ଧମାଳବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର,ବରଗଡ଼, ଝାରସୁଗୁଡା, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳଯାଜପୁରଭଦ୍ରକ ଓ ବାଲେଶ୍ୱର ଏହି ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ବାର୍ଣ୍ଣିଙ୍ଗ ଜାରି କରିଛି।
ଆସନ୍ତାକାଲି ପାଇଁ ସାରା ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ବର୍ଷାର ନେଇ ସତର୍କତା ସୂଚନା ଜାରି କରାଯାଇଛି। ସମ୍ୱଲପୁର ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ୱାରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ନୂଆପଡା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ହଳଦିଆ ଚେତାବନୀ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟା ପିଛା ପବନର ବେଗ ୩୦ରୁ ୪୦ରୁ କିଲୋମିଟର ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରରେ ଥିବା ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ୨୭ ସେପ୍ଟେମ୍ବର ଯାଏ ସମୁଦ୍ର ମଧ୍ୟ କୁ ଯିବାକୁ ବାରଣ କାରାଯାଇଛି।
-ମନୋରମା ମହାନ୍ତି, ନିର୍ଦ୍ଦେଶିକା, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର
Weather | imd bhubaneswar
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/09/23/new-wet-2025-09-23-18-49-29.jpg)