ଭୁବନେଶ୍ୱର: ରାଜ୍ୟର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଆସନ୍ତା ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ଝଡ଼ ତୋଫାନ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ ପାଣିପାଗ ବିଭାଗ କହିଛି ଯେ ଆଜି ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଅକ୍ଟୋବର ୨ ତାରିଖ ମଧ୍ୟାହ୍ନ ସୁଦ୍ଧା ଗଞ୍ଜାମ, ବଲାଙ୍ଗୀର, ସୋନପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୁଳ, କଟକ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
୨ ତାରଖ ଅପରାହ୍ନରୁ ୩ ତାରିଖ ମଧ୍ୟାହ୍ନ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
/sambad/media/post_attachments/wp-content/uploads/2020/10/A1.jpg)
୩ ତାରଖ ଅପରାହ୍ନରୁ ୪ ତାରିଖ ମଧ୍ୟାହ୍ନ ମଧ୍ୟରେ କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ଢ଼େଙ୍କାନାଳ ଏବଂ କଟକ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଖୋର୍ଧା, ଏବଂ ପୁରୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
୪ ତାରଖ ଅପରାହ୍ନରୁ ୫ ତାରିଖ ମଧ୍ୟାହ୍ନ ମଧ୍ୟରେ କାଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର ଏବଂ ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ସୋନପୁର, ସମ୍ବଲପୁର, ନୂଆପଡା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
୫ ତାରଖ ଅପରାହ୍ନରୁ ୬ ତାରିଖ ମଧ୍ୟାହ୍ନ ମଧ୍ୟରେ ବରଗଡ, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, ଏବଂ କଳାହାଣ୍ଡି ଜିଲ୍ଲା ଉପରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ଼, କଟକ, ଯାଜପୁର, ଭଦ୍ରକ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/Rain-With-Thunderstorm-Till-6th_Thumbnail-1.jpg)