ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ବର୍ଷାର ପରିମାଣ ସାମାନ୍ୟ କମିବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ବର୍ଷା ଖରିଫ ଫସଲର ବେଉଷଣ ପାଇଁ ସହାୟକ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଗତ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର ଓ କଳହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସୋନପୁର ଜିଲ୍ଲା ବୀରମହାରାଜପୁରରେ ୨୦୨ମିମି ତଥା ୨୦ସେମି ବର୍ଷା ହୋଇଥିବା ବେଳେ ବୌଦ୍ଧର ବୌଦ୍ଧଗଡ଼ରେ ୧୮ ସେମି, କଣ୍ଟାମଳରେ ୧୬ ସେମି, ଭଦ୍ରକର ଚାନ୍ଦବାଲିରେ ୧୬ ସେମି, ପୁରୀର ସତ୍ୟବାଦୀରେ ୧୫ସେମି, ଜଗତ୍‌ସିଂହପୁରର ଆଳିପିଙ୍ଗଳରେ ୧୪ସେମି, କେନ୍ଦ୍ରାପଡ଼ାର ଗରଦପୁରଠାରେ ୧୪ସେମି ଲେଖାଏ ବର୍ଷା ହୋଇଛି।

ସମ୍ବନ୍ଧିତ ଖବର