ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ; ୨୬ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

୧୮ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ଲଘୁଚାପରେ ପରିଣତ ହେବ; ୨୬ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

SkyMate Weather

ଭୁବନେଶ୍ୱର: ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମ ତାମିଲନାଡ଼ୁ ଉପକୂଳ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତିକରି ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବ। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୩ ତାରିଖରୁ ତାମିଲନାଡ଼ୁ ଓ ଆନ୍ଧ୍ରପ୍ରଦେଶ ସମେତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଆଜି ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ନବରଙ୍ଗପୁର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଥିବା ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image SkyMate Weather

ସେହିପରି ୨୪ ଓ ୨୫ ତାରିଖରେ ମଧ୍ୟ ରାଜ୍ୟର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଏସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe